Prabhu Jagannath

Prabhu Jagannath !! ମିଛ ଦୁନିଆରେ ଗୋଟିଏ ସତ ସେ ମୋ ଜଗନ୍ନାଥ !!

🔘❗️🔘 ଜୟ ଜଗନ୍ନାଥ 🔘❗️🔘
08/07/2025

🔘❗️🔘 ଜୟ ଜଗନ୍ନାଥ 🔘❗️🔘

08/07/2025

ଆଜି ପବିତ୍ର ନୀଳାଦ୍ରି ବିଜେ ଅବସରରେ ତିନି ରଥରେ ମହାପ୍ରଭୁଙ୍କ ଦିବ୍ୟ ମଙ୍ଗଳଆଳତି ଦର୍ଶନ 💐🔘❗️🔘💐

🔘❗️🔘 ଜୟ ଜଗନ୍ନାଥ 🔘❗️🔘
08/07/2025

🔘❗️🔘 ଜୟ ଜଗନ୍ନାଥ 🔘❗️🔘

⭕‼️⭕ *ଅଧରପଣା* ⭕‼️⭕ବାହୁଡା଼ ଯାତ୍ରା ପରେ ସିଂହଦ୍ୱାରଠାରେ ତିନି ରଥ ଉପରେ ସୁନାବେଶ ଓ ତତ୍ ପରଦିନ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହ...
07/07/2025

⭕‼️⭕ *ଅଧରପଣା* ⭕‼️⭕

ବାହୁଡା଼ ଯାତ୍ରା ପରେ ସିଂହଦ୍ୱାରଠାରେ ତିନି ରଥ ଉପରେ ସୁନାବେଶ ଓ ତତ୍ ପରଦିନ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇଥାଏ।

ରଥାରୂଢ଼ ଠାକୁରମାନଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ହେଉଥିବା ପଣା ଭୋଗକୁ ଅଧର ପଣା କୁହାଯାଏ। ସ୍ୱତ୍ତ୍ୱଲିପି ଅନୁଯାୟୀ ବାହୁଡା଼ ଦଶମୀ ଦିନ ରଥ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଅଧର ପଣା ଭୋଗ ହେବା କଥା । କିନ୍ତୁ ସମୟ ଅଭାବରୁ ଏହା ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ। ପ୍ରକୃତ ପକ୍ଷେ ଏହା ଏକାଦଶୀ ଦିନ ମଧ୍ୟ ହୋଇ ନ ପାରି ଦ୍ୱାଦଶୀ ତିଥିରେ ଏହି ଅଧର ପଣା ଭୋଗ କରାଯାଉଛି। ଗବେଷକ ଡଃ ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ମଠରୁ ପ୍ରାପ୍ତ ସନନ୍ଦକୁ ଆଧାର କରି ଉଲ୍ଲେଖ କରିଛନ୍ତି ଯେ, ପୂର୍ବେ ବାହୁଡା଼ ଦଶମୀ ଦିନ ତିନି ହାଣ୍ଡି, ଏକାଦଶୀରେ ତିନି ହାଣ୍ଡି ଓ ଦ୍ୱାଦଶୀ ଦିନ ତିନି ହାଣ୍ଡି ଏହିପରି ନଅ ହାଣ୍ଡି ଅଧର ପଣା ଓ ବଳଭଦ୍ରଙ୍କ ରଥରେ ରାମ , କୃଷ୍ଣଙ୍କ ଇଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଓ ଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ନିମିତ୍ତ ୧ ହାଣ୍ଡି (ସାନ) କ୍ରମରେ ମୋଟ ୧୨ଟି ହାଣ୍ଡି ଅଧର ପଣା ଭୋଗ ହେଉଥିଲା। [୨୯] ସମ୍ପ୍ରତି ତିନି ରଥ ପାଇଁ ଦ୍ୱାଦଶୀ ଦିନ ମୋଟ ୯ ହାଣ୍ଡି ଅଧର ପଣା ଭୋଗ ହେଉଅଛି।

ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ରଥ ଉପରେ ଠାକୁରମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧର ପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ। ମନ୍ଦିର ପ୍ରଶାସନ , ରାଘବ ଦାସ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛାଚି, ସର, କଦଳୀ , ଛେନା, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ଇତ୍ୟାଦି ପଣା ଦ୍ରବ୍ୟ ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖିଥାନ୍ତି। ପ୍ରତ୍ୟେକ ଠାକୁରଙ୍କ ସମ୍ମୁଖରେ ରଥ ଉପରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁମାନଙ୍କର ଶ୍ରୀଅଧର ଉଚ୍ଚ ଥିବା ତୁମ୍ବ ଆକୃତି ଭଳି ମାଟିର ତିନୋଟି ହାଣ୍ଡି ରଖାଯାଏ । କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ଛାଉଣୀ ମଠ ସମ୍ମୁଖସ୍ଥ କୂପରୁ ଗରାମାନଙ୍କରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତଳ ହଣ୍ଡାମାନଙ୍କରେ ରଖିଥାନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ପୂର୍ବେ ଅଧର ପଣା ପାଇଁ ଆବଶ୍ୟକ ଜଳ ରାଧାବଲ୍ଲଭ ମଠ କୂପରେ ଆସୁଥିଲା । ପରବର୍ତ୍ତୀ ସମୟରେ ସିଂହଦ୍ୱାରା ସମ୍ମୁଖ କୂପରୁ ଏହି ଜଳ ଅଣାଯାଉଛି। ଜଳବୁହା ବେଳେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡେଇଥାନ୍ତି, ଯେପରିକି କେହି ଜଳକୁ ସ୍ପର୍ଶ କରିପାରିବେ ନାହିଁ । ଅଧରପଣା ଭୋଗ ପୂରରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳୁଚ୍ଛ ଓ ସୁଭଦ୍ରାଙ୍କ ରଥରେ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି। ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏଁ ଧଳା କରିକା (ଜାଲିକନା) ପକାଯାଏ। ଜଳ ଛଣା ଉଦ୍ଦେଶ୍ୟରେ ଏହା ପକାଯାଏ ବୋଲି କଥିତ ରହିଛି। ମହାସୁଆରମାନେ ପ୍ରତି ରଥରେ ଅଧର ହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି। ଏହାପରେ ପତ୍ରିବଡ଼ୁ, ସୁଆରବଡ଼ୁ ଓ ଗରାବଡ଼ୁ ପାଳିଆ ସେବକ ତିନି ରଥରେ ପୂଜା ଠା' କରନ୍ତି। ତତ୍ ପରେ ପାଳିଆ ପୂଜା ପଣ୍ଡା ପଞ୍ଚୋପଚାରରେ ପୂଜା କରିଥାନ୍ତି।

✿❁❣️༒ *ଜୟ ଜଗନ୍ନାଥ* ༒❣️❁✿

Celebrating my 8th year on Facebook. Thank you for your continuing support. I could never have made it without you. 🔘❗️🔘
07/07/2025

Celebrating my 8th year on Facebook. Thank you for your continuing support. I could never have made it without you. 🔘❗️🔘

ସୁନା ବେଶ ୨୦୨୫ 💐🔘❗️🔘💐
07/07/2025

ସୁନା ବେଶ ୨୦୨୫ 💐🔘❗️🔘💐

06/07/2025
ll ବାହୁଡା଼ ଯାତ୍ରା ll                ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା କୁହାଯାଏ। ସ୍କନ୍ଧ...
05/07/2025

ll ବାହୁଡା଼ ଯାତ୍ରା ll

ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି -

“ ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍ ।
ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା ॥ ”
—ସ୍କନ୍ଧ ପୁରାଣ, ଉତ୍କଳ ଖଣ୍ଡ

ଅର୍ଥାତ ନବମ ଦିବସରେ ଦେବତାମାନଙ୍କୁ ରଥରେ ଅଧିଷ୍ଠିତ କରାଇବେ। ଉକ୍ତ ଦିନ ପ୍ରାତଃ କାଳ ଅତ୍ୟନ୍ତ ସମୃଦ୍ଧିବାନ୍ ଅଟେ । ସେଦିନ ବିଷ୍ଣୁଙ୍କର ପାଲିତ ଦକ୍ଷିଣାମୁଖୀ ଯାତ୍ରା ଅତ୍ୟନ୍ତ ଦୁର୍ଲଭ ।

ସମ୍ପୂର୍ଣ୍ଣ ଯାତ୍ରାକୁ ତିନୋଟି ଅଙ୍ଗ ରୂପେ ଧରାଯାଇଛି। ଏଥିମଧ୍ୟରୁ ରଥଯାତ୍ରା ଗୋଟିଏ ଅଙ୍ଗ, ଗୁଣ୍ଡିଚା ମଣ୍ଡପରେ ବାସ ଦ୍ଵିତୀୟ ଅଙ୍ଗ ଏବଂ ବାହୁଡା଼ ୟାତ୍ରା ପୂର୍ବକ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ ପର୍ଯ୍ୟନ୍ତ ତୃତୀୟ ଅଙ୍ଗ । ଶାସ୍ତ୍ରୀୟ ବର୍ଣ୍ଣନାନୁସାରେ ରଥଯାତ୍ରା ସମୟରେ ପ୍ରଭୁମାନେ ଉତ୍ତରାଭିମୁଖି ହୋଇ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା଼ ଯାତ୍ରାରେ ଦକ୍ଷିଣାଭିମୁଖ ହୋଇ ଯାତ୍ରା କରୁଥିବା ବେଳେ ଠାକୁରମାନଙ୍କୁ ଦର୍ଶନ କଲେ ଠିକ୍ ସେହିପରି ଫଳ ମିଳିଥାଏ। ଏପରିକି ଭକ୍ତମାନେ ଏହି ଦୁର୍ଲଭ ଦର୍ଶନରେ ଅଶ୍ଵମେଧ ଯଜ୍ଞର ଫଳ ଲାଭ କରି ଅନ୍ତକାଳରେ ବୈକୁଣ୍ଠ ପ୍ରାପ୍ତି ହୋଇଥାନ୍ତି ବୋଲି ବିଶ୍ଵାସ କରାଯାଏ । ନବମୀ ଦିନ ରାତିରେ ବଡ଼ସିଂହାର , ପହୁଡ଼ ଆଳତି ସରିବା ପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖରେ ଖଣ୍ଡୁଆ ପକାଇ ପୁଷ୍ପାଳକମାନେ ଗମ୍ଭୀରାରୁ ବାହାରି ଆସିଥାନ୍ତି। ଏହା ପରେ ଦଇତାପତିମାନେ ଠାକୁରମାନଙ୍କ ଅନ୍ୟାନ୍ୟ ଗୁପ୍ତସେବା କରିବା ସହିତ କୋଠ ସୁଆଁସିଆମାନେ ସିଂହାସନକୁ ଲଗାଇ ଚାରମାଳ ବାନ୍ଧିଥାନ୍ତି। ରାଘବ ଦାସ ମଠ ଦେଇଥିବା ଶୁକ୍ଳ ସଜକୁ ଦଇତା ସେବକମାନେ ଠାକୁରମାନଙ୍କୁ ଲାଗି କରାଇଥାନ୍ତି। ବାହୁଡା଼ ଯାତ୍ରା ଦିନ ସକାଳ ସମୟରେ ମଙ୍ଗଳ ଆଳତି, ଅବକାଶ ଇତ୍ୟାଦି ନୀତି ଭିତରଚ୍ଛ ମହାପାତ୍ର ଓ ପାଳିଆ ପୁଷ୍ପାଳକମାନେ ବଢାଇବା ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ପୂଜାପଣ୍ଡା ଓ ଅନ୍ୟାନ୍ୟ ନୀତି ସମ୍ପୃକ୍ତ ସେବକମାନଙ୍କ ସାହାର୍ୟ୍ୟରେ ପୂଜା ସମାପନ ହୋଇଥାଏ। ଏହା ପରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କର ସେନାପଟା ଲାଗି (ଗୁପ୍ତ ନୀତି) କରିଥାନ୍ତି । ଉକ୍ତ କାର୍ଯ୍ୟ ଶେଷ ହେବାପରେ ଶ୍ରୀଗୁଣ୍ଡିଚା ଦିନ ପରି ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକଙ୍କ ଦ୍ଵାରା ତିନିବାଡ଼ରେ ମଙ୍ଗଳାର୍ପଣ ହୋଇଥାଏ। ତତ୍ପରେ ମୁଦିରସ୍ତ ଡୋରଲାଗି ଓ ପୁଷ୍ପାଞ୍ଜଳି ନୀତି ସମାପନ କରିବା ପରେ ବିଜେ କାହାଳୀ ବାଜେ ଓ ଠାକୁରମାନଙ୍କର ବାହୁଡା଼ ପହଣ୍ଡି ଆରମ୍ଭ ହୋଇଥାଏ। ଶ୍ରୀବିଗ୍ରହମାନେ ଜଗମୋହନ ଦୁଆର ପାଖେ ପହଞ୍ଚିବା କ୍ଷଣି ରାଘବ ଦାସ ମଠ ପ୍ରଦତ୍ତ ଟାହିୟା ଶ୍ରୀମସ୍ତକରେ ଲାଗି କରାଯିବା ସହିତ, ପତି ମହାପାତ୍ର ପ୍ରସାଦ ଲାଗି, ବନ୍ଦାପନା, କର୍ପୂର ଆଳତି, ସାତବତୀ , ସଞ୍ଜ କାହାଳି ଓ ଘସା, ବିଡ଼ିଆ ମଣୋହି କରିଥାନ୍ତି। ଏହି ସମୟରେ ପୁଷ୍ପାଳକ ମହାଜନମାନେ ତୁଳି ଲାଗି ବଢାଇଥାନ୍ତି। ଏହି ନୀତି ପରେ ଠାକୁରମାନେ ଧାଡ଼ି ପହଣ୍ଡିରେ ସ୍ଵ ସ୍ଵ ରଥକୁ ବିଜେ କରିଥାନ୍ତି। ସମସ୍ତ ବିଗ୍ରହ ପହଣ୍ଡି ବିଜେ ହୋଇ ରଥାରୂଢ଼ ହେବାପରେ ରୁନ୍ଧା କାର୍ଯ୍ୟ ବଢିଥାଏ।

ଠାକୁରମାନେ ରଥାରୂଢ଼ ହେବା ପୂର୍ବରୁ ବିଶ୍ଵକର୍ମା ମହାରଣା , ଦରଜୀ ସେବକ, କୋଠ ସୁଆଁସିଆ ପ୍ରଭୃତି ସେବକ ତିନି ରଥର ଆବଶ୍ୟକୀୟ ମରାମତି କାର୍ଯ୍ୟ ପୂର୍ବଦିନରୁ କରି ଦେଇଥାନ୍ତି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦାଧିକାରୀ ଛେରା ପହଁରା ନିମିତ୍ତ ଗୁଣ୍ଡିଚା ମନ୍ଦିରଠାରୁ ଶ୍ରୀନଅର ଅଭିମୁଖେ ଯାଇଥାନ୍ତି। ସେହି ଦିନ ଗଜପତି ବଡ଼ଶଙ୍ଖଠାରୁ ହସ୍ତୀ, ଛତି, କାହାଳୀ ସହ ବର୍ଣ୍ଣାଢ୍ୟ଼ ଶୋଭାଯାତ୍ରାରେ ତାମଯାନ୍ ରେ ବସି ଗୁଣ୍ଡିଚା ଘର ନାକଚଣା ଦ୍ଵାର ଠାରେ ରହିଥିବା ରଥ ନିକଟକୁ ଆସିଥାନ୍ତି। ସେଠାରେ ଶ୍ରୀଗୁଣ୍ଡିଚା ଦିନ ପରି ତିନି ରଥରେ ଛେରା ପହଁରା କରିଥାନ୍ତି। ଛେରା ପହଁରା ନୀତି ସରିବା ପରେ ଭୋଇ ସେବକ ମାନେ ରଥରୁ ଚାରମାଳ ଖୋଲିବା ସଙ୍ଗେ ସଙ୍ଗେ ରୂପକାର ସେବକମାନେ ରଥରେ ଘୋଡା଼ ବାନ୍ଧିଥାନ୍ତି। ମହାରଣା ଓ ଭୋଇ ସେବକମନେ ରଥ ଦଉଡି ଲଗାଇବା ପରେ ରଥ ନିର୍ଦ୍ଦେଶକ ଦଳଙ୍କ ପରାମର୍ଶରେ ରଥଟଣା ହୋଇଥାଏ। ବଳଭଦ୍ର ଓ ସୁଭଦ୍ରା ଦେବୀଙ୍କ ରଥଟଣା ହୋଇ ସିଂହଦ୍ଵାରକୁ ଆସିଥାଏ।

ll ବାହୁଡ଼ା ଯାତ୍ରାରେ ଶ୍ରୀଜୀଉ ଖାଆନ୍ତି ପୋଡ଼ ପିଠା ll --

ବାହୁଡ଼ା ଦିନ ରଥାରୁଢ଼ ହୋଇ ଠାକୁରମାନେ ଶ୍ରୀମନ୍ଦିରକୁ ବାହୁଡ଼ିବେ । ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ରଥରେ ପୋଡ଼ପିଠା ଭୋଗଲାଗିବା ପରେ ପରେ ରଥ ଗଡ଼େ । ଏହି ବିଧି ପାଇଁ ମାଉସୀ ମା’ଙ୍କ ସେବକଙ୍କ ଘରେ ପୋଡ଼ପିଠା ପ୍ରସ୍ତୁତି ହୁଏ । ଅଟା, ଘିଅ, ଚିନି, ଛେନା, ଲବଙ୍ଗ, ଗୁଜୁରାତି ପକାଯାଇ ତିନି ଠାକୁରଙ୍କ ପାଇଁ ଚାରିଟି ପୋଡ଼ପିଠା ପ୍ରସ୍ତୁତ ହୁଏ । ପ୍ରଥମେ ଏସବୁ ଦ୍ରବ୍ୟ ମିଶାଯାଇ ଖଳି ପ୍ରସ୍ତୁତ ହୁଏ । ଏହାପରେ ଏକ ବଡ଼ ପାତ୍ରରେ ପାଣି ନିଆଯାଇ ଚୁଲିରେ ବସାଯାଏ । ପାଣି ଫୁଟିବା ପରେ ଏହି ପାତ୍ର ଭପରେ ଜାଲି ଦିଆଯାଇ ତା' ଉପରେ ଖଲିପତ୍ର ରଖାଯାଏ । ଖଲିପତ୍ର ଉପରେ ତାଟି ଦିଆଯାଇ ଆଉ ଏକ ଖଲିପତ୍ର ରଖାଯାଏ । ବାମ୍ପରେ ପ୍ରସ୍ତୁତ ହୁଏ ପିଠା । ପରେ ବାହାରକୁ କାଢ଼ି ଦିଆଯାଏ । ଥଣ୍ଡା ହେବାପରେ ଏହାକୁ ଖଣ୍ଡ ଖଣ୍ଡ କରି କାଟି ଗୁଆଘିଅରେ ଛଣାଯାଏ । ପରେ ଏହାକୁ ମାଟିହାଣ୍ଡିରେ ରଖି ଶ୍ରୀଜିଉଙ୍କ ନିକଟରେ ଭୋଗ ଲାଗିହୁଏ ।

ll ଲକ୍ଷ୍ମୀନାରାୟଣ ଭେଟ ll

ଜଗନ୍ନାଥ ମହାପ୍ରଭୁଙ୍କ ରଥ ମରିଚିକୋଟ ନିକଟସ୍ଥ ଶ୍ରୀନଅର ଠାରେ ପହଞ୍ଚିବା ପରେ ଲକ୍ଷ୍ମୀ ନାରାୟଣ ଭେଟ ନୀତି ହୋଇଥାଏ । ମହାଜନ ସେବକମାନେ ଲକ୍ଷ୍ମୀ ଠାକୁରାଣୀଙ୍କୁ ପାଟବସ୍ତ୍ର, ମାଳଫୁଲ, ଅଳଙ୍କାରରେ ବେଶ କରାଇ ସାତ ପାହଚ ଦ୍ଵାର ଠାରେ ଥିବା ପାଲିଙ୍କିରେ ବିଜେ କରାନ୍ତି। ପାଲିଙ୍କି ଆନନ୍ଦବଜାରସ୍ଥିତ ଚାହାଣୀ ମଣ୍ଡପକୁ ନିଆଯାଏ। ଚାହାଣୀ ମଣ୍ଡପରେ ଲକ୍ଷ୍ମୀ ବିଜେ ହୋଇବା ପରେ ଉକ୍ତ ପାଲିଙ୍କି ନନ୍ଦିଘୋଷ ରଥରେ ବିରାଜମାନ କରିଥିବା ଜଗନ୍ନାଥଙ୍କ ରଥ ନିକଟରେ ପହଞ୍ଚନ୍ତି। ପରମ୍ପରା ଅନୁଯାୟୀ ସେହି ସମୟରେ ବଳଭଦ୍ରଙ୍କ ରଥ ସମ୍ମୁଖରେ ରଥ ଘେର ପକାଯାଇଥାଏ। ଶ୍ରୀନଅର ସିଂହଦ୍ଵାରରେ ଗଜପତି ମହାରାଜା ଉପସ୍ଥିତ ହୋଇଥାନ୍ତି। ଦହିପଟି ମଣୋହି ପରେ ଗଜପତିଙ୍କ ହସ୍ତରେ ଲକ୍ଷ୍ମୀ ଦେବୀ ବିଜେ ହୋଇ ଜଗନ୍ନାଥଙ୍କ ସହିତ ଭେଟ ହୁଅନ୍ତି। ତତ୍ପରେ ରଥ ପ୍ରଦକ୍ଷିଣ ଓ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଲକ୍ଷ୍ମୀ ଠାକୁରାଣୀ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ କରିବା ସଙ୍ଗେ ସଙ୍ଗେ ଶ୍ରୀନଅର ଠାରୁ ନନ୍ଦିଘୋଷ ଟଣା ଯାଇ ସିଂହଦ୍ଵାର ଠାରେ ରଖାଯାଇଥାଏ। ଏହି ନୀତିରେ ଭିତରଚ୍ଛ, ପତି ମହାପାତ୍ର, ଗରାବଡୁ, ବିମାନବଡୁ, ମହାଜନ, ବଜନ୍ତରୀ ପ୍ରମୁଖ ସେବକମାନେ ଉପସ୍ଥିତ ରହିଥାନ୍ତି।

 #ଶରଧାବାଲି ପୁରୀ ବଡ଼ଦାଣ୍ଡର ଅଂଶ ବିଶେଷ । ପୁରାତନ କାଳରେ ପୁରୀ ମାଳିନୀ ନଦୀକୁ ପୋତି ଗୁଣ୍ଡିଚା ମନ୍ଦିର ଏବଂ ଜଗନ୍ନାଥ ମନ୍ଦିରକୁ ଏକ ସିଧା ର...
04/07/2025

#ଶରଧାବାଲି ପୁରୀ ବଡ଼ଦାଣ୍ଡର ଅଂଶ ବିଶେଷ । ପୁରାତନ କାଳରେ ପୁରୀ ମାଳିନୀ ନଦୀକୁ ପୋତି ଗୁଣ୍ଡିଚା ମନ୍ଦିର ଏବଂ ଜଗନ୍ନାଥ ମନ୍ଦିରକୁ ଏକ ସିଧା ରାସ୍ତା ସଂଯୋଗ ସକାଶେ ବାଲି ପକାଇ ପୁର୍ଣ୍ଣ କରାଯାଇଥିଲା । ସେହି ସ୍ଥାନକୁ ଶରଧାବାଲି କୁହାଯାଉଛି।

*କିମ୍ବଦନ୍ତୀ:-*
*ତ୍ରୟୋଦଶ ଶତାବ୍ଦୀରେ ପୁରୀର ଗଜପତି ଥିଲେ ଭାନୁଦେବ ଏବଂ ମହାରାଣୀଙ୍କ ନାମ ଥିଲା ଶ୍ରଦ୍ଧାଦେବୀ । ଇନ୍ଦ୍ରଦ୍ୟୁମ୍ନରାଜା ପ୍ରଥମେ ସମୁଦ୍ରରୁ ଦାରୁ ସଂଗ୍ରହ କରିଥିଲେ । ଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ପ୍ରତିମା ନିର୍ମାଣ କରିଥିଲେ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ନିର୍ମାଣ କରାଇ ତିନିଠାକୁରଙ୍କୁ ସିଂହାସନରେ ବସାଇ ପୂଜାର୍ଚ୍ଚନା ଆରମ୍ଭ କରିଥିଲେ । ସେତେବେଳ ପୁରୀ ସହରକୁ ତିନୋଟି ଛୋଟ ଛୋଟ ନଦୀ ଘେରି ରହିଥିଲେ । ସେଥିରୁ ମାଳିନୀ ନାମକ ନଦୀଟି ବାଙ୍କି ମୁହାଣଠାରେ ସମୁଦ୍ରରେ ମିଶିଥିଲା । ତେଣୁ ମାଳିନୀ ନଦୀଦ୍ୱାରା ବଡ଼ଦାଣ୍ଡ ଦୁଇଭାଗରେ ବିଭକ୍ତ ହୋଇଥିଲା । ଫଳରେ ଗୁଣ୍ଡିଚା ମନ୍ଦିରକୁ ଶ୍ରୀମନ୍ଦିର ସହିତ ସିଧା ସଂଯୋଗ ହୋଇ ପାରୁନଥିଲା । ଇନ୍ଦ୍ରଦ୍ୟୁମ୍ନ ରାଜା ପ୍ରଥମେ ତିନୋଟି ରଥ ନିର୍ମାଣ କରି ଠାକୁରମାନଙ୍କୁ ନେଇ ମାଳିନୀ ନଦୀକୂଳକୁ ନେଲେ । ନଦୀରେ ତିନୋଟି ବଡ଼ ଡଙ୍ଗାରେ ପ୍ରତିମାମାନଙ୍କୁ ପାରିକରି ଶ୍ରୀମନ୍ଦିର ପାର୍ଶ୍ୱକୁ ନେଲେ । ଏପଟେ ନଦୀକୂଳରୁ ଆଉ ତିନୋଟି ରଥ ନିର୍ମାଣ କରି ଶ୍ରୀମନ୍ଦିରକୁ ନେଇ ପ୍ରତିଷ୍ଠା କରିଥିଲେ । ସେହି ସମୟଠାରୁ ରଥଯାତ୍ରାର ସୃଷ୍ଟି ହୋଇଛି ବୋଲି ଅନେକ ମତ ଦିଅନ୍ତି । ଏହାଥିଲା ଠାକୁରଙ୍କ ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ପ୍ରଥମ ରଥଯାତ୍ରା । ଏହାପରେ ପ୍ରଭୁ ନିଜେ ଇନ୍ଦ୍ରଦ୍ୟୁମ୍ନ ରାଜାଙ୍କୁ କହିଲେ, ସବୁବର୍ଷ ତାଙ୍କର ଜନ୍ମସ୍ଥାନ ବା ଆଡ଼ପ ମଣ୍ଡପକୁ ଯିବାକୁ ଆଷାଢ଼ମାସ ଶୁକ୍ଳ ପକ୍ଷଦ୍ୱିତୀୟାରେ ତାଙ୍କର ରଥଯାତ୍ରା କରିବାକୁ । ଇନ୍ଦ୍ରଦ୍ୟୁମ୍ନଙ୍କ ଶାସନ କାଳରୁ ଆଜିଯାଏ ସେହିପରି ରଥଯାତ୍ରା ଚଳିଆସୁଅଛି । ସେତେବେଳେ ଆଜିଭଳି ରାସ୍ତାଘାଟର ସୁବିଧା ନଥିଲା । ତେଣୁ ବାଲି ମାଟିରେ ରଥ ଟାଣିବା ବହୁତ କଷ୍ଟ ହେଉଥିଲା । ରାଜା ଅଶ୍ୱ, ଗଜ ଓ କଳାବେଠିଆମାନଙ୍କୁ ଲଗାଇ ରଥ ଟାଣୁଥିଲେ । ଛଅଟି ରଥ ତିଆରି କରି ରଥଯାତ୍ରା କରିବା ବହୁତ କଷ୍ଟସାଧ୍ୟ ହେଉଥିଲା । ଏଥିପାଇଁ ନବଦିନାତ୍ମକ ଯାତ୍ରା ଗୋଟିଏ ମାସରୁ ଉର୍ଦ୍ଧ୍ୱ ସମୟ ଲାଗୁଥିଲା ।ଏହିପରି ଅସୁବିଧାକୁ ଦେଖି ମହାରାଣୀ ଶ୍ରଦ୍ଧାଦେବୀଙ୍କ ଏକ ଚିନ୍ତା ଆସିଲା । ସେ ଗଜପତି ମହାରାଜାଙ୍କୁ କହିଲେ ଆମର ରଥଯାତ୍ରା କରିବାକୁ ଏତେ ଅସୁବିଧା ହେଉଛି । ତେଣୁ ତୁମେ ଯଦି ମାଳିନୀ ନଦୀକୁ ପୋତି ଦିଅନ୍ତ ତେବେ ତିନୋଟି ରଥ ସିଧା ଗୁଣ୍ଡିଚା ମନ୍ଦିରକୁ ଯାଇ ପାରନ୍ତା । ଭାନୁଦେବ ଏକଥା ଶୁଣି ହସିକରି କହିଲେ, ତୁମର ମୁଣ୍ଡ ଖରାପ ହେଲାଣି ନା କ’ଣ ? ନଦୀ ପୋତିବା କ’ଣ ଏତେ ସହଜ ? ରାଣୀ କହିଲେ ଭଣ୍ଡାରରୁ ମୋତେ କିଛି ଅର୍ଥ ଦିଅନ୍ତୁ ମୁଁ ଯାଇ ବାଲି ପକାଇ ନଦୀ ପୋତା କାର୍ଯ୍ୟ ଆରମ୍ଭ କରିବି । ତଥାପି ରାଜା ମହାରାଣୀଙ୍କ କଥାକୁ ବିଶ୍ୱାସ କରିପାରିଲେ ନାହିଁ । ଶେଷରେ ରାଣୀ କହିଲେ ଆମେ ପୋତିବା କାର୍ଯ୍ୟ ଆରମ୍ଭ କରିଦେଲେ ଆମର ପରପିଢ଼ି କେହି କେବେ ତ ଏ କାର୍ଯ୍ୟ ସଂପାଦନ କରିପାରିବେ । ତେଣୁ ଏହି କାର୍ଯ୍ୟଟି କରିବା ଦାୟିତ୍ୱ ମୋତେ ଦିଅନ୍ତୁ । ଶେଷରେ ରାଣୀଙ୍କ କଥାରେ ଗଜପତି ସମ୍ମତ ହୋଇ ବାଲି ପକାଇ ନଦୀ ପୋତା କାର୍ଯ୍ୟ ଆରମ୍ଭ କରିଦେଲେ । ଭଗବାନଙ୍କର ଏ ଥିଲା ଏକ ବିଚିତ୍ର ଲୀଳା । ଚାହୁଁ ଚାହୁଁ ସେହି ବର୍ଷ ରଥଯାତ୍ରା ପୂର୍ବରୁ ମାଳିନୀ ନଦୀଟି ବାଲିରେ ପୋତି ହୋଇଗଲା । ଗଜପତି ଆଶ୍ଚର୍ଯ୍ୟ ହୋଇଗଲେ । ଫଳରେ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିରଯାଏ ଗୋଟିଏ ବଡ଼ଦାଣ୍ଡ ହୋଇପାରିଲା । ଛଅଟି ରଥ ପରିବର୍ତ୍ତେ ତିନୋଟି ରଥରେ ଠାକୁରଙ୍କର ଘୋଷଯାତ୍ରା ହୋଇପାରିଲା । ଗଜପତି ବହୁତ ଖୁସି ହୋଇଗଲେ । ମହାରାଣୀ ଶ୍ରଦ୍ଧାଦେବୀଙ୍କଦ୍ୱାରା ବାଲି ପୋତାଯାଇ ଏଭଳି ଏକ ଅସମ୍ଭବ କାର୍ଯ୍ୟ ହୋଇ ପାରିଥିବାରୁ, ଗଜପତି ଖୁସିହୋଇ ମହାରାଣୀଙ୍କ ନାମ ଶ୍ରଦ୍ଧା ସହିତ ବାଲିକୁ ଯୋଡ଼ି ଦେଇ ସେହି ସ୍ଥାନଟିର ନାମ ରଖିଲେ ‘ଶ୍ରଦ୍ଧାବାଲି’ । ହେଲେ କାଳକ୍ରମେ ଶ୍ରଦ୍ଧା ଶବ୍ଦର ଉଚ୍ଚାରଣ ଶରଧା ହୋଇ ନାମ ହୋଇଗଲା ‘ଶରଧାବାଲି’ ଯାହାକି ଆଜି ଏକ କାହାଣୀ ହୋଇଯାଇଛି* ।

Address

Keonjhargarh

Alerts

Be the first to know and let us send you an email when Prabhu Jagannath posts news and promotions. Your email address will not be used for any other purpose, and you can unsubscribe at any time.

Share